\id 1TI - Odia Old Version Revision \ide UTF-8 \ide UTF-8 \rem Copyright Information Creative Commons Attrilbution ShareAlike 4.0 License \h ୧ ତୀମଥି \toc3 ପ୍ର.ତୀମ. \toc1 ତୀମଥି ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର \toc2 ୧ ତୀମଥି \mt1 The First Epistle of Paul the Apostle to Timothy \mt ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର \is ଲେଖକ \ip ଏହି ପତ୍ରର ଲେଖକ ପାଉଲ ଅଟନ୍ତି, ପ୍ରଥମ ତୀମଥି ପତ୍ର ସ୍ପଷ୍ଟ ବ୍ୟକ୍ତ କରେ ଯେ ଏହି ପତ୍ର ପ୍ରେରିତ ପାଉଲଙ୍କ ଦ୍ଵାରା ଲିଖିତ “ପାଉଲ, ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ” (ପ୍ର.ତୀମ. 1:1)। ଆଦ୍ୟ ମଣ୍ଡଳୀର ବିଶ୍ଵାସୀମାନେ ଏହି ପତ୍ରକୁ ହୃଦୟର ସହ ଗ୍ରହଣ କରିଥିଲେ। \is ସମୟ ଓ ସ୍ଥାନ \ip ପ୍ରାୟ 62-64 ଖ୍ରୀଷ୍ଟାବ୍ଦ ମଧ୍ୟରେ ଲେଖାଯାଇଅଛି। \ip ଯେତେବେଳେ ପାଉଲ ତୀମଥିଙ୍କୁ ଏଫିସୀୟରେ ଛାଡ଼ି ମାକିଦନିଆକୁ ଗଲେ, ସେତେବେଳେ ସେ ତାହାଙ୍କୁ ଏହି ପତ୍ର ଲେଖିଥିଲେ। (ପ୍ର.ତୀମ. 1:3; 3:14,15)। \is ପ୍ରାପକ \ip ଏହି ପତ୍ରର ପ୍ରାପକ ତୀମଥି ଥିଲେ ଯିଏ ପାଉଲଙ୍କର ସହକର୍ମୀ ଓ ତାହାଙ୍କର ମିଶନାରୀ ସେବାକାର୍ଯ୍ୟରେ ସହଯାତ୍ରୀ ଥିଲେ। ଉଭୟ ତୀମଥି ଓ ସମ୍ପୂର୍ଣ୍ଣ ମଣ୍ଡଳୀ ପ୍ରଥମ ତୀମଥି ପତ୍ରର ପ୍ରାପକ ଅଟନ୍ତି। \is ଉଦ୍ଦେଶ୍ୟ \ip ଈଶ୍ବରଙ୍କ ପରିବାରର ଆଚରଣ କିପରି ହେବା ଉଚିତ୍ (ପ୍ର.ତୀମ. 3:14,15) ଏବଂ ଏହି ଉପଦେଶକୁ ତୀମଥି କିପରି ପାଳନ କରିବେ ସେହି ବିଷୟରେ ଶିକ୍ଷା ଦେବାକୁ ପାଉଲ ଏହି ପତ୍ର ଲେଖିଥିଲେ। ପ୍ରଥମ ତୀମଥିର ଏହି ପଦଗୁଡ଼ିକ ପାଉଲଙ୍କର ଅଭିପ୍ରେତ ଅର୍ଥକୁ ପ୍ରକାଶ କରେ। ଈଶ୍ବରଙ୍କ ପରିବାର, ଯାହା ଜୀବିତ ଈଶ୍ବରଙ୍କ ମଣ୍ଡଳୀ ଅଟେ, ଯାହାର ସ୍ତମ୍ଭ ଓ ମୂଳଦୁଆ ସତ୍ୟ ଅଟେ, ସେଥିରେ ଲୋକମାନେ କିପରି ଆଚରଣ କରିବେ ସେହି ବିଷୟରେ ସେମାନେ ଜାଣନ୍ତୁ ବୋଲି ସେ ଏହି ପତ୍ର ଲେଖୁଅଛନ୍ତି ବୋଲି ପ୍ରକାଶ କରନ୍ତି। ମଣ୍ଡଳୀଗଣକୁ କିପରି ସ୍ଥାପନ ଏବଂ ମଜଭୁତ କରାଯିବ ସେହି ବିଷୟରେ ତୀମଥିଙ୍କୁ ପାଉଲଙ୍କ ଉପଦେଶକୁ ଏହି ପତ୍ର ପ୍ରକାଶ କରେ। \is ବିଷୟବସ୍ତୁ \ip ଏକ ଯୁବକ ଶିଷ୍ୟ ନିମନ୍ତେ ଉପଦେଶ \iot ରୂପରେଖା \io1 1. ସେବାକାର୍ଯ୍ୟ ନିମନ୍ତେ ଆଚରଣ — 1:1-20 \io1 2. ସେବାକାର୍ଯ୍ୟ ନିମନ୍ତେ ସିଦ୍ଧାନ୍ତ — 2:1-3:16 \io1 3. ସେବାକାର୍ଯ୍ୟ ନିମନ୍ତେ ଦାୟିତ୍ୱ — 4:1-6:21 \c 1 \s ଅଭିବାଦନ \p \v 1 ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ, \v 2 ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। \s ଭ୍ରାନ୍ତ ଶିକ୍ଷକଙ୍କ ପ୍ରତି ସତର୍କତା \p \v 3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି \v 4 କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ। \v 5 କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ, \v 6 ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି; \v 7 ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ। \v 8 କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା, \v 9 ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, \v 10 ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ; \v 11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ। \s ପାପୀଙ୍କ ପରିତ୍ରାଣ ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ \p \v 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, \v 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; \v 14 ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା। \v 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। \v 16 ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି। \v 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍। \v 18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର; \v 19 ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି, \v 20 ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି। \c 2 \s ମଣ୍ଡଳୀର ଉପାସନା ବିଧି \p \v 1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ, \v 2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି। \v 3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ; \v 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି। \v 5 କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; \v 6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି। \v 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ। \v 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ। \v 9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି \v 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। \v 11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। \v 12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ। \v 13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; \v 14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; \v 15 କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ। \c 3 \s ଅଧ୍ୟକ୍ଷ ପଦର ଯୋଗ୍ୟତା \p \v 1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ବାଞ୍ଛା କରନ୍ତି। \v 2 ଅତଏବ, ଅଧ୍ୟକ୍ଷଙ୍କର ଅନିନ୍ଦନୀୟ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ, \v 3 ମଦ୍ୟପାୟୀ କି ବିବାଦ-ପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ, \v 4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ। \v 5 କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ? \v 6 ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ। \v 7 ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ। \s ସେବକ (ଦୀକନ) ପଦର ଯୋଗ୍ୟତା \p \v 8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ, \v 9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ; \v 10 ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ। \v 11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ। \v 12 ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ। \v 13 କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ। \s ଈଶ୍ବରପରାୟଣତାର ନିଗୂଢ଼ ତତ୍ତ୍ୱ \p \v 14 ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି; \v 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି। \v 16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, \q1 ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, \q2 ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, \q1 ଦୂତମାନଙ୍କ ଦ୍ୱାରା ଦେଖାଗଲେ, \q2 ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, \q1 ଜଗତରେ ବିଶ୍ୱାସପାତ୍ର ହେଲେ, \q2 ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ। \c 4 \s ଭଣ୍ଡ ଶିକ୍ଷକ \p \v 1 ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ \v 2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ; \v 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି। \v 4 କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ, \v 5 ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ। \s ଖ୍ରୀଷ୍ଟ ଯୀଶୁଙ୍କର ଉତ୍ତମ ସେବକ \p \v 6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ; \v 7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, \v 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। \v 9 ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; \v 10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। \v 11 ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ। \v 12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ। \v 13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। \v 14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର। \v 15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। \v 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ। \c 5 \s ମଣ୍ଡଳୀ ପ୍ରତି ଆଦେଶ \p \v 1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, \v 2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର। \v 3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। \v 4 କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। \v 5 ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; \v 6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ। \v 7 ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। \v 8 କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। \v 9 ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, \v 10 ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ। \v 11 କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; \v 12 ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି। \v 13 ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। \v 14 ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; \v 15 କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି। \v 16 ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ। \v 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। \v 18 କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।” \v 19 ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ। \v 20 ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ। \v 21 ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ। \v 22 ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ। \v 23 ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। \v 24 କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ। \v 25 ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ। \c 6 \p \v 1 ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ। \v 2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ। \s ଭ୍ରାନ୍ତ ଶିକ୍ଷା ଏବଂ ଧନଲୋଭ \p \v 3 କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ, \v 4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ, \v 5 ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ। \v 6 ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ; \v 7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ; \v 8 ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। \v 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ। \v 10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି। \s ଶେଷ ପରାମର୍ଶ, ବିଶ୍ୱାସର ଉତ୍ତମ ଯୋଦ୍ଧା \p \v 11 କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ। \v 12 ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ। \v 13 ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, \v 14 ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ। \v 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ, \v 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍। \v 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି, \v 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; \v 19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି। \v 20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ; \v 21 କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।