\id SNG SNG- Odia Old Version Revision \ide UTF-8 \ide UTF-8 \rem Copyright Information: Creative Commons Attribution- ShareAlike 4.0 License \h ପରମ ଗୀତ \toc1 ପରମ ଗୀତ \toc2 ପରମ ଗୀତ \toc3 ପ.ଗୀ. \mt ପରମ ଗୀତ \is ଲେଖକ \ip ପୁସ୍ତକର ପ୍ରଥମ ପଦ ପ୍ରକାଶ କରେ ଯେ ଏହି ଗୀତ କିଏ ଗାଏ। “ଶଲୋମନଙ୍କର ପରମ ଗୀତ (1:1)।” ଏହି ପୁସ୍ତକର ଶେଷରେ, ଶଲୋମନଙ୍କର ନାମ ଉଲ୍ଲେଖ କରେ ଯେହେତୁ ସର୍ବତ୍ର ପୁସ୍ତକରେ ତାହାଙ୍କର ନାମ ଉଲ୍ଲେଖିତ ଅଟେ (1:5; 3:7, 9, 11; 8:11-12)। \is ସମୟ ଓ ସ୍ଥାନ \ip ପ୍ରାୟ 971-965 ଖ୍ରୀଷ୍ଟପୂର୍ବ ମଧ୍ୟରେ ଏହି ପୁସ୍ତକ ଲେଖାଯାଇଅଛି। \ip ଶଲୋମନ ଇସ୍ରାଏଲର ରାଜତ୍ୱ କରୁଥିବା ସମୟରେ ଏହି ପୁସ୍ତକ ଲେଖିଛନ୍ତି, ବିଦ୍ଵାନମାନେ ଯିଏ ଶଲୋମନଙ୍କ ଲେଖକତ୍ଵକୁ ବିଶ୍ୱାସ କରନ୍ତି ସେମାନେ ସମ୍ମତ ପ୍ରକାଶ କରନ୍ତି ଯେ ଗୀତର ଯୌବନ ସୁଲଭ ଉତ୍ଫୁଲ୍ଲତା ହେତୁ ଏହି ପୁସ୍ତକ ଲେଖାଯାଇ ନାହିଁ କିନ୍ତୁ ଆଉ ମଧ୍ୟ ଲେଖକ ଉଭୟ ଜାଗାଗୁଡ଼ିକୁ ନାମ ଉତ୍ତର ଏବଂ ଦକ୍ଷିଣ ଦେଶ ସହ ଲିବାନୋନ ଏବଂ ମିସର ବୋଲି ଉଲ୍ଲେଖ କରନ୍ତି ତେଣୁ ଏହି ପୁସ୍ତକ ତାହାଙ୍କ ରାଜତ୍ଵର ଆରମ୍ଭରେ ଲେଖାଯାଇଥିଲା। \is ପ୍ରାପକ \ip ବିବାହିତ ଦମ୍ପତିମାନେ ଏବଂ ଅବିବାହିତ ଯିଏ ବିବାହ କରିବାକୁ ଆସକ୍ତ। \is ଉଦ୍ଦେଶ୍ୟ \ip ପରମ ଗୀତ ଏକ ଗୀତକବିତା ଅଟେ ଯାହା ପ୍ରେମର ସଦ୍‍ଗୁଣ ଏବଂ ବିବାହକୁ ପରମେଶ୍ୱରଙ୍କ ଯୋଜନା ବୋଲି ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଲେଖାଯାଇଥିଲା। ଏକ ପୁରୁଷ ଏବଂ ସ୍ତ୍ରୀ, ପରସ୍ପର ପ୍ରତି ଆତ୍ମିକପୂର୍ଣ୍ଣ, ଆବେଗପୂର୍ଣ୍ଣ ଏବଂ ଶାରୀରିକ ପ୍ରେମରେ ବିବାହ ବନ୍ଧନରେ ଆବଦ୍ଧ ହୋଇ ଏକତ୍ର ରହିବା ଆବଶ୍ୟକ ଅଟେ। \is ବିଷୟବସ୍ତୁ \ip ପ୍ରେମ ଏବଂ ବିବାହ \iot ରୂପରେଖା \io1 1. କନ୍ୟା ଶଲୋମନଙ୍କ ବିଷୟରେ ଭାବନ୍ତି — 1:1-3:5 \io1 2. କନ୍ୟାଙ୍କ ନିର୍ବନ୍ଧ ସ୍ୱୀକୃତି ଏବଂ ବିବାହ ପ୍ରତିକ୍ଷା — 3:6-5:1 \io1 3. କନ୍ୟା ବରଙ୍କୁ ହରାଇବାର କଳ୍ପନା କରନ୍ତି — 5:2-6:3 \io1 4. କନ୍ୟା ଓ ବର ପରସ୍ପରକୁ ପ୍ରଶଂସା କରନ୍ତି — 6:4-8:14 \c 1 \p \v 1 ଶଲୋମନଙ୍କର ପରମ ଗୀତ। \s କନ୍ୟାର ପ୍ରେମ ଆହ୍ୱାନ \q \v 2 ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; \q କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। \q \v 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; \q ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; \q ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି। \q \v 4 ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; \q ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; \q ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। \q ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; \q ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି। \s କନ୍ୟା \q \v 5 ହେ ଯିରୂଶାଲମର କନ୍ୟାଗଣ, \q ମୁଁ କେଦାରର ତମ୍ବୁ ତୁଲ୍ୟ, \q ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, \q ତଥାପି ସୁନ୍ଦରୀ। \q \v 6 ମୁଁ କୃଷ୍ଣବର୍ଣ୍ଣା, \q ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। \q ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, \q ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; \q ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ। \q \v 7 ହେ ମୋʼ ପ୍ରାଣର ପ୍ରିୟତମ, \q ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, \q ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; \q କାରଣ ତୁମ୍ଭ ସଖାଗଣର ପଲ ନିକଟରେ \q ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? \s ବର \q \v 8 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, \q ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର \q ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ। \q \v 9 ହେ ମୋହର ପ୍ରିୟେ, \q ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି। \q \v 10 ତୁମ୍ଭର ଗାଲ ଅଳଙ୍କାରରେ ସଜ୍ଜିତ, \q ତୁମ୍ଭ ଗଳଦେଶ ରତ୍ନହାରରେ ସୁଶୋଭିତ। \s ଅନ୍ୟମାନେ \q \v 11 ଆମ୍ଭେ ତୁମ୍ଭ ପାଇଁ ରୂପା ଭୁଣ୍ଡିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା। \s କନ୍ୟା \q \v 12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ \q ମୋʼ ସୁଗନ୍ଧିର ସୁବାସ ବ୍ୟାପ୍ତ ହେଲା। \q \v 13 ମୋହର ପ୍ରିୟତମ \q ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି। \q \v 14 ମୋʼ ପ୍ରିୟତମ \q ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି। \s ବର \q \v 15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, \q ଦେଖ, ତୁମ୍ଭେ ସୁନ୍ଦରୀ ଅଟ; \q ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ। \s କନ୍ୟା \q \v 16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; \q ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ। \q \v 17 ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି \q ଓ ଦେବଦାରୁ କାଷ୍ଠ ଆମ୍ଭମାନଙ୍କର ବରଗା। \c 2 \q \v 1 ମୁଁ ଶାରୋଣର ଗୋଲାପ \q ଏବଂ ଉପତ୍ୟକାର କଇଁଫୁଲ ଅଟେ। \s ବର \q \v 2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, \q ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା। \s କନ୍ୟା \q \v 3 ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, \q ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। \q ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି \q ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା। \q \v 4 ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, \q ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା। \q \v 5 ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; \q କାରଣ ମୁଁ ପ୍ରେମପୀଡ଼ିତା। \q \v 6 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, \q ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ। \q \v 7 ହେ ଯିରୂଶାଲମର କନ୍ୟାଗଣ, \q ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, \q ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ \q ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। \s ପ୍ରିୟତମଙ୍କ ପ୍ରତି କନ୍ୟାର ଶ୍ରଦ୍ଧା \q \v 8 ଏହି ତ ମୋʼ ପ୍ରିୟତମଙ୍କ ରବ! \q ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, \q ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। \q \v 9 ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; \q ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, \q ସେ ଝରକାରେ ଅନାଉଅଛନ୍ତି, \q ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। \q \v 10 ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, \q “ହେ ମୋହର ପ୍ରିୟେ, \q ମୋହର ସୁନ୍ଦରୀ, ଉଠ, ବାହାରି ଆସ। \q \v 11 କାରଣ, ଦେଖ, ଶୀତକାଳ ଗତ ହେଲା, \q ବୃଷ୍ଟି ଶେଷ ହୋଇଗଲା; \q \v 12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, \q ପକ୍ଷୀଗଣର ଗାୟନକାଳ ଉପସ୍ଥିତ, \q ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; \q \v 13 ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି \q ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। \q ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। \q \v 14 ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, \q ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, \q ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; \q କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର। \q \v 15 ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; \q କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” \q \v 16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; \q ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। \q \v 17 ହେ ମୋହର ପ୍ରିୟତମ, \q ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି \q ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ। \c 3 \s କନ୍ୟାର ସ୍ୱପ୍ନ \q \v 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, \q ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; \q ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। \q \v 2 “ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, \q ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, \q ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” \q ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। \q \v 3 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; \q ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, \q “ତାଙ୍କୁ କି ତୁମ୍ଭେମାନେ ଦେଖିଲ?” \q \v 4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ \q ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; \q ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ \q ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ। \q \v 5 ହେ ଯିରୂଶାଲମର କନ୍ୟାଗଣ, \q ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, \q ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ \q ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। \s ବିବାହକୁ ବରର ଆଗମନ \q \v 6 ଗନ୍ଧରସ ଓ କୁନ୍ଦୁରୁରେ, \q ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ \q ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ? \q \v 7 ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; \q ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି। \q \v 8 ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; \q ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ। \q \v 9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ। \q \v 10 ସେ ତହିଁର ସ୍ତମ୍ଭସବୁ ରୂପାର, \q ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, \q ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ। \q \v 11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, \q ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ \q ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି। \c 4 \s କନ୍ୟାର ସୌନ୍ଦର୍ଯ୍ୟକୁ ବରର ପ୍ରଶଂସା \q \v 1 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; \q ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; \q ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ। \q \v 2 ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, \q ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, \q ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। \q \v 3 ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ \q ଓ ତୁମ୍ଭର ମୁଖ ମନୋହର; \q ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ। \q \v 4 ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, \q ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, \q ବୀରଗଣର ସକଳ ଢାଲ ଟଙ୍ଗାଗଲା। \q \v 5 କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ। \q \v 6 ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ \q ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। \q \v 7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; \q ତୁମ୍ଭଠାରେ କୌଣସି ଖୁଣ ନାହିଁ। \q \v 8 ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, \q ମୋʼ ସଙ୍ଗେ ଲିବାନୋନରୁ ଆସ; \q ଅମାନାର ଶୃଙ୍ଗରୁ, \q ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, \q ସିଂହମାନଙ୍କ ଗହ୍ୱରରୁ, \q ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।\f + \fr 4:8 \fr*\fq ତଳକୁ ଆସ। \fq*\ft ଅବା ଦୃଷ୍ଟିପାତ କର\ft*\f* \q \v 9 ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; \q ତୁମ୍ଭେ ଆପଣାର ଏକଦୃଷ୍ଟିରେ, \q ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। \q \v 10 ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! \q ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! \q ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ! \q \v 11 ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; \q ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; \q ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ। \q \v 12 ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; \q ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ। \q \v 13 ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; \q ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ, \q \v 14 ଜଟାମାଂସୀ ଓ କୁଙ୍କୁମ, \q ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ \q ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ। \q \v 15 ତୁମ୍ଭେ ଉଦ୍ୟାନସମୂହର ଜଳାକର, \q ଅମୃତ ଜଳର କୂପ \q ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ। \s ଏକତ୍ର ପ୍ରେମୋଦ୍ୟାନରେ କନ୍ୟା \p \v 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; \q ମୋʼ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। \q ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ \q ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। \c 5 \s ବର \q \v 1 ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; \q ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; \q ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; \q ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। \s ଅନ୍ୟମାନେ \q ହେ ବନ୍ଧୁଗଣ, ଭୋଜନ କର; \q ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର। \s ପ୍ରିୟତମଙ୍କୁ କନ୍ୟାର ଅନ୍ୱେଷଣ \q \v 2 ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; \q ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, \q “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; \q କାରଣ ମୋହର ମସ୍ତକ ଶିଶିରରେ, \q ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” \q \v 3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? \q ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି? \q \v 4 ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, \q ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା। \q \v 5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; \q କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, \q ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା। \q \v 6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; \q ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। \q ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; \q ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; \q ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ। \q \v 7 ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, \q ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। \q ପ୍ରାଚୀର-ରକ୍ଷକମାନେ ମୋʼ ଠାରୁ ମୋହର ଆଚ୍ଛାଦନ ବସ୍ତ୍ର କାଢ଼ି ନେଇଗଲେ। \q \v 8 ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋʼ ପ୍ରିୟତମଙ୍କର ଦେଖା ପାଇବ, \q ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, \q ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। \s ଅନ୍ୟମାନେ \q \v 9 ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, \q ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? \q ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, \q ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? \s ପ୍ରିୟତମଙ୍କୁ କନ୍ୟାର ପ୍ରଶଂସା \q \v 10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, \q ଦଶ ସହସ୍ର ମଧ୍ୟରେ ପ୍ରଧାନ। \q \v 11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, \q ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ। \q \v 12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; \q ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ। \q \v 13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, \q ସୁଗନ୍ଧି ତୃଣର ତଟ ସ୍ୱରୂପ; \q ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। \q \v 14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; \q ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ। \q \v 15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; \q ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ। \q \v 16 ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; \q ହଁ, ସେ ସର୍ବତୋଭାବେ ମନୋହର। \q ହେ ଯିରୂଶାଲମର କନ୍ୟାଗଣ, \q ଏହି ମୋହର ପ୍ରିୟତମ, ଏହି ମୋହର ସଖା। \c 6 \s ଅନ୍ୟମାନେ \q \v 1 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, \q ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? \q ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, \q ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ? \s କନ୍ୟା \q \v 2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, \q ସୁଗନ୍ଧି ଲତାର କିଆରିକୁ, \q ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି। \q \v 3 ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; \q ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି। \s ବର \q \v 4 ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, \q ଯିରୂଶାଲମ ପରି ଶୋଭାବତୀ, \q ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ। \q \v 5 ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, \q କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। \q ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ। \q \v 6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; \q ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, \q ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। \q \v 7 ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ। \q \v 8 ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ \q ଓ ଅସଂଖ୍ୟ ଯୁବତୀ ଅଛନ୍ତି। \q \v 9 ମାତ୍ର ମୋʼ କପୋତୀ, ମୋʼ ଶୁଦ୍ଧମତି ଅଦ୍ୱିତୀୟା; \q ସେ ଆପଣା ମାତାର ଏକମାତ୍ର; \q ସେ ଆପଣା ଗର୍ଭଧାରିଣୀର ମନୋନୀତା। \q କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; \q ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। \q \v 10 ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, \q ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, \q ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, \q ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ? \s କନ୍ୟା \q \v 11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, \q ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ \q ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, \q ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି। \q \v 12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ \q ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା। \s ଅନ୍ୟମାନେ \q \v 13 ହେ ଶୂଲମିୟେ, ଫେର, ଫେର; \q ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। \s ବର \q ମହନୟିମସ୍ଥ ନୃତ୍ୟକୁ ଯେପରି, \q ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? \c 7 \q \v 1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। \q ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। \q \v 2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; \q ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ। \q \v 3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। \q \v 4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; \q ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; \q ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। \q \v 5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, \q ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; \q ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। \q \v 6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ! \q \v 7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ \q ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। \q \v 8 ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, \q ମୁଁ ତହିଁର ବାହୁଙ୍ଗା ଧରିବି;” \q ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; \q ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; \q \v 9 ତୁମ୍ଭର ମୁଖ\f + \fr 7:9 \fr*\fq ମୁଖ \fq*\ft କିମ୍ବା ଚୁମ୍ବନ\ft*\f* ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, \q ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, \q ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ\f + \fr 7:9 \fr*\fq ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ \fq*\ft କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ\ft*\f* ଧୀରେ ଧୀରେ ଚାଲିଯାଏ। \q \v 10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି। \s କନ୍ୟାର ପ୍ରେମ ପ୍ରଦାନ \q \v 11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; \q ଆମ୍ଭେମାନେ ପଲ୍ଲୀଗ୍ରାମରେ\f + \fr 7:11 \fr*\fq ପଲ୍ଲୀଗ୍ରାମରେ \fq*\ft କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ\ft*\f* କାଳ କ୍ଷେପଣ କରୁ। \q \v 12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; \q ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ \q ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; \q ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି। \q \v 13 ଦୂଦାଫୁଲ ସୁବାସ ଦେଉଅଛି, \q ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, \q ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। \c 8 \q \v 1 ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, \q ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! \q ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; \q ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ। \q \v 2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, \q ସେ ମୋତେ ଶିକ୍ଷା ଦିଅନ୍ତେ; \q ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, \q ମୋହର ଡାଳିମ୍ବରସ ପାନ କରାନ୍ତି। \q \v 3 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ \q ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ। \q \v 4 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, \q ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ \q ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ। \s ଅନ୍ୟମାନେ \q \v 5 ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? \q ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; \q ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, \q ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। \s କନ୍ୟା \q \v 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, \q ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; \q କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; \q ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; \q ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। \q \v 7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, \q କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; \q ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, \q ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ। \s ଅନ୍ୟମାନେ \q \v 8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, \q ତାହାର ସ୍ତନ ହୋଇ ନାହିଁ; \q ଲୋକେ ଆମ୍ଭମାନଙ୍କ ଭଗିନୀକୁ ମାଗିବା ଦିନରେ \q ଆମ୍ଭେମାନେ ତାହା ପାଇଁ କଅଣ କରିବା? \q \v 9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, \q ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; \q ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, \q ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। \s କନ୍ୟା \q \v 10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; \q ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି। \q \v 11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; \q ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; \q ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା। \q \v 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; \q ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ \q ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ। \s ବର \q \v 13 ହେ ଉପବନବାସିନୀ, \q ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; \q ତାହା ମୋତେ ଶ୍ରବଣ କରାଅ। \s କନ୍ୟା \q \v 14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, \q ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ \q ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।