\id ZEP - Old OdiaVersion Revision \ide UTF-8 \ide - UTF - 8 \rem - Copyright Information: Creative Commons Attribution - ShareAlike 4.0 licence \h ସିଫନୀୟ \toc1 ସିଫନୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ \toc2 ସିଫନୀୟ \toc3 ସିଫ. \mt ସିଫନୀୟ ଭବିଷ୍ୟଦ୍‍ବକ୍ତାଙ୍କ ପୁସ୍ତକ \is ଲେଖକ \ip ସିଫନୀୟ 1:1ରେ ଲେଖକ ନିଜେ ନିଜ ବିଷୟରେ “ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟ” ବୋଲି ପ୍ରକାଶ କରନ୍ତି। ସିଫନୀୟ ନାମର ଅର୍ଥ “ପରମେଶ୍ୱର ପ୍ରତିରକ୍ଷକ” ଉଲ୍ଲେଖନୀୟ ଭାବରେ ଯିରିମୀୟରେ ଜଣେ ଯାଜକ (21:1; 29:25, 29; 37:3; 52:24), କିନ୍ତୁ ସିଫନୀୟଙ୍କ ବିଷୟରେ ସେମିତି କିଛି ନାହିଁ। ଅନେକ ସମୟରେ ଏହା ଦାବି କାରାଯାଏ ଯେ ସିଫନୀୟଙ୍କର ରାଜକୀୟ ପୃଷ୍ଠଭୂମି ଥିଲା। ସିଫନୀୟ ହେଉଛନ୍ତି ପ୍ରଥମ ଲେଖକ ଭବିଷ୍ୟଦ୍‍ବକ୍ତା ଯିଏ ଯିହୁଦା ବିରୁଦ୍ଧରେ ଭବିଷ୍ୟଦ୍‍ବାଣୀ ଯିଶାଇୟ ଏବଂ ମୀଖାଙ୍କ ସମୟରେ କରିଥିଲେ। \is ସମୟ ଓ ସ୍ଥାନ \ip ପ୍ରାୟ 640-607 ଖ୍ରୀଷ୍ଟପୂର୍ବ ମଧ୍ୟରେ ଏହି ପୁସ୍ତକ ଲେଖାଯାଇଅଛି। \ip ସିଫନୀୟ ପୁସ୍ତକ ପ୍ରକାଶ କରେ ଯେ ସିଫନୀୟ ଯିହୁଦାର ରାଜା ଯୋଶୀୟଙ୍କ ରାଜତ୍ଵରେ ଭବିଷ୍ୟଦ୍‍ବାଣୀ କରିଥିଲେ (ସିଫ. 1:1)। \is ପ୍ରାପକ \ip ଯିହୁଦାର ଦକ୍ଷିଣ ରାଜ୍ୟର ଲୋକ ଏବଂ ସାଧାରଣ ଭାବରେ ସମସ୍ତ ପରମେଶ୍ୱରଙ୍କ ଲୋକମାନେ। \is ଉଦ୍ଦେଶ୍ୟ \ip ସିଫନୀୟଙ୍କର ବିଚାର ଏବଂ ପ୍ରୋତ୍ସାହନର ବାର୍ତ୍ତା ତିନୋଟି ଗୁରୁତ୍ଵପୂର୍ଣ୍ଣ ଶିକ୍ଷାଗୁଡ଼ିକୁ ଅନ୍ତର୍ଭୁକ୍ତ କରେ, ସମସ୍ତ ଦେଶ ଉପରେ ପରମେଶ୍ୱରଙ୍କର ସାର୍ବଭୌମତ୍ଵ ଅଧିକାର ରହିଛି, ବିଚାର ଦିନରେ ଦୁଷ୍ଟ ଦଣ୍ଡ ପାଇବ ଓ ଧାର୍ମିକ ନିର୍ଦ୍ଦୋଷ ହେବ, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରନ୍ତି ଯେଉଁମାନେ ମନପରିବର୍ତ୍ତନ କରି ତାହାଙ୍କଠାରେ ଭରସା ରଖନ୍ତି। \is ବିଷୟବସ୍ତୁ \ip ପ୍ରଭୁଙ୍କ ମହାନ ଦିନ \iot ରୂପରେଖା \io1 1. ବିନାଶ ନିମନ୍ତେ ଆସୁଥିବା ପ୍ରଭୁଙ୍କ ମହାନ ଦିନ — 1:1-18 \io1 2. ଆଶାର ମଧ୍ୟବର୍ତ୍ତୀ — 2:1-3 \io1 3. ଦେଶଗୁଡ଼ିକ ଉପରେ ବିନାଶ — 2:4-15 \io1 4. ଯିରୂଶାଲମ ଉପରେ ବିନାଶ — 3:1-7 \io1 5. ଆଶାର ପ୍ରତ୍ୟାବର୍ତ୍ତନ — 3:8-20 \c 1 \p \v 1 ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। \s ଯିହୁଦା ପ୍ରତି ସଦାପ୍ରଭୁଙ୍କ ବିଚାର \q \v 2 ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,” \q \v 3 “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ \q ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; \q ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି। \q \v 4 ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; \q ଆମ୍ଭେ ଏହି ସ୍ଥାନରୁ ବାଲ୍‍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ; \q \v 5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି \q ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍\f + \fr 1:5 \fr*\fq ମାଲ୍‍କମ୍‍ \fq*\ft ଅର୍ଥାତ୍‍ ଅମ୍ମୋନୀୟ ଦେବତା\ft*\f* ନାମରେ ଶପଥ କରି ପ୍ରଣାମ କରନ୍ତି; \q \v 6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍‍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।” \s ସଦାପ୍ରଭୁଙ୍କର ଦିନ ସନ୍ନିକଟ \q \v 7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; \q କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି। \q \v 8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ \q “ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ \q ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା। \q \v 9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ\f + \fr 1:9 \fr*\fq ଗୃହ \fq*\ft କିମ୍ବା ମନ୍ଦିର\ft*\f* ଦୌରାତ୍ମ୍ୟରେ \q ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।” \q \v 10 ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ \q ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ \q ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ। \q \v 11 ହେ ମକ୍ତେଶ\f + \fr 1:11 \fr*\fq ମକ୍ତେଶ \fq*\ft ସହରର ଏକ ଅଂଶ\ft*\f* ନିବାସୀଗଣ, ତୁମ୍ଭେମାନେ ହାହାକାର କର, \q କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି। \q \v 12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; \q ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, \q ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା। \q \v 13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; \q ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।” \q \v 14 ସଦାପ୍ରଭୁଙ୍କର ମହାଦିନ\f + \fr 1:14 \fr*\fq ମହାଦିନ \fq*\ft ଅର୍ଥାତ୍‍ ନ୍ୟାୟର ଦିନ\ft*\f* ନିକଟବର୍ତ୍ତୀ, ତାହା ଅର୍ଥାତ୍‍, \q ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି। \q \v 15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, \q ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, \q ମେଘ ଓ ନିବିଡ଼ ଅନ୍ଧକାରର ଦିନ, \q \v 16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର \q ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ। \q \v 17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, \q କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; \q ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ। \q \v 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; \q ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; \q କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ। \c 2 \s ଯିହୁଦାର ଶତ୍ରୁମାନଙ୍କ ପ୍ରତି ବିଚାର \q \v 1 ହେ ଲଜ୍ଜାହୀନ ଗୋଷ୍ଠୀ, ତୁମ୍ଭେମାନେ ଏକତ୍ର ହୁଅ, ହଁ, ଏକତ୍ର ହୁଅ; \q \v 2 ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, \q ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ। \q \v 3 ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, \q ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; \q ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ। \q \v 4 କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ! \q ଅସ୍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ। \q \v 5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; \q ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ। \q \v 6 ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ। \q \v 7 ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; \q ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; \q କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ। \q \v 8 “ମୋୟାବର ଧିକ୍କାର ଓ ଅମ୍ମୋନ-ସନ୍ତାନଗଣ ଯେଉଁ ତିରସ୍କାର ବାକ୍ୟରେ ଆମ୍ଭର ଲୋକମାନଙ୍କୁ ଧିକ୍କାର କରିଅଛନ୍ତି \q ଓ ସେମାନଙ୍କ ସୀମାର ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।” \q \v 9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ \q ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, \q ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; \q ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।” \p \v 10 ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି। \v 11 ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ। \q \v 12 ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ। \q \v 13 ପୁଣି, ସେ ଉତ୍ତର ଦିଗର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବେ ଓ ଅଶୂର ଦେଶକୁ ବିନଷ୍ଟ କରିବେ। \q ଆଉ, ସେ ନୀନିବୀ ସହରକୁ ଧ୍ୱଂସସ୍ଥାନ ଓ ପ୍ରାନ୍ତର ପରି ଶୁଷ୍କ କରିବେ। \q \v 14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; \q ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; \q ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି। \q \v 15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋʼ ଛଡ଼ା ଆଉ କେହି ନାହିଁ, \q ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି! \q ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ। \c 3 \q \v 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ। \q \v 2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; \q ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। \q \v 3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; \q ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ। \q \v 4 ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; \q ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି। \q \v 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; \q ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ। \q \v 6 ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; \q ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; \q ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ। \q \v 7 ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; \q ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; \q ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।” \q \v 8 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; \q କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, \q ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; \q କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ। \s ଗୋଷ୍ଠୀଗଣଙ୍କ ପରିବର୍ତ୍ତନ \q \v 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ \q ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା। \q \v 10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ। \q \v 11 ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; \q କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା \q ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ। \q \v 12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, \q ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ। \q \v 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; \q କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।” \s ଇସ୍ରାଏଲର ଆନନ୍ଦ ଓ ପୁନଃରୁଦ୍ଧାର \q \v 14 ଗୋ ସିୟୋନ କନ୍ୟେ,\f + \fr 3:14 \fr*\fq ସିୟୋନ କନ୍ୟେ, \fq*\ft ଅର୍ଥାତ୍‍ ଇସ୍ରାଏଲର ଲୋକମାନେ\ft*\f* ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; \q ଗୋ ଯିରୂଶାଲମ କନ୍ୟେ,\f + \fr 3:14 \fr*\fq ଯିରୂଶାଲମ କନ୍ୟେ, \fq*\ft ଅର୍ଥାତ୍‍ ଯିରୂଶାଲମର ଲୋକମାନେ\ft*\f* ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। \q \v 15 ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; \q ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। \q \v 16 ସେହି ଦିନ ଯିରୂଶାଲମକୁ କୁହାଯିବ, \q ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ। \q \v 17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; \q ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, \q ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। \q \v 18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। \q \v 19 ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; \q ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; \q ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା। \q \v 20 ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; \q କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ \q ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା,” ଏହା ସଦାପ୍ରଭୁ କହନ୍ତି।